ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଦାବି କରିବା ସହ ପୀଡିତାଙ୍କ ପ
ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଦାବି କରିବା ସହ ପୀଡିତାଙ୍କ ପରିବାରବର୍ଗଙ୍କୁ ଓଡ଼ିଶା ସରକାର ସମସ୍ତ ସହାୟତା ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଏକ୍ସସରେ ଲେଖିଛନ୍ତି ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ। ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗର ମାନ୍ୟବର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦୃଢ଼ ଦାବି ଜଣାଉଛି।

ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande