ଖୋଲିଲା ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୩ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୧୧ ଅକ୍ଟୋବର (ହି.ସ.)- ଶନିବାର ଅପରାହ୍ନ ୩ଟା ସୁଦ୍ଧା ୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅପରାହ୍ନରେ ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୨ଟି
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୧୧ ଅକ୍ଟୋବର (ହି.ସ.)- ଶନିବାର ଅପରାହ୍ନ ୩ଟା ସୁଦ୍ଧା ୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅପରାହ୍ନରେ ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୨ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସଂନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୩୦.୦୦ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୮୫ ହଜାର ୫୬୮ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୮୫ ହଜାର ୫୬୮ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୨.୫୭ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୧.୧୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande