ରାଜ୍ୟସ୍ତରୀୟ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଓ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସରେ ମାଲ୍ୟାର୍ପଣ
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳନ ଅବସରରେ ଏହି ଦୁଇ ମହାନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଶହୀଦ ବାଜି ରାଉ
ରାଜ୍ୟସ୍ତରୀୟ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଓ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସରେ ମାଲ୍ୟାର୍ପଣ


ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳନ ଅବସରରେ ଏହି ଦୁଇ ମହାନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଶହୀଦ ବାଜି ରାଉତ ମେମୋରିଆଲ ଫାଉଣ୍ଡେସନ ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ଭୂଷଣ ପ୍ରଧାନ ପ୍ରମୁଖ ଯୋଗଦେଇ ଓଡିଶା ବିଧାନସଭା ପାର୍ଶ୍ୱ ଫାଟକ-୧ ସ୍ଥିତ ଶହୀଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶହୀଦଙ୍କ ସ୍ମୃତିଚାରଣ କରିଥିଲେ ।

ଏତଦବ୍ୟତୀତ ୟୁନିଟ-୮ ଡ଼ି.ଏ.ଭି. ପବ୍ଲିକ ସ୍କୁଲ ଛକସ୍ଥିତ ଶହୀଦ ବାଜି ରାଉତ ଓ ମାଷ୍ଟରକ୍ୟାଣ୍ଟିନ ଛକ ସ୍ଥିତ ଲୋକନାୟକ ଜୟନାରାୟଣଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରାଯାଇଥିଲା । ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ବୈଷୟିକ ନିର୍ଦ୍ଦେଶକ ଗୁରବୀର ସିଂ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ରିୟ ଜେନା, ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁ,ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ଶହୀଦ ବାଜି ରାଉତ ମେମୋରିଆଲ ଫାଉଣ୍ଡେସନର କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବୀ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande