ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ବିଜେପିରେ ମିଶିଲେ ଜୟ ଢୋଲକିଆ। ନୂଆପଡ଼ାର ଦିବଂଗତ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଶନିବାର ଦିନ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି। ନିଜର ଶହ ଶହ ସମର୍ଥକଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି ଜୟ ଢ
ପଦ୍ମ ଧରିଲେ ଜୟ ଢୋଲକିଆ


ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ବିଜେପିରେ ମିଶିଲେ ଜୟ ଢୋଲକିଆ। ନୂଆପଡ଼ାର ଦିବଂଗତ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଶନିବାର ଦିନ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି। ନିଜର ଶହ ଶହ ସମର୍ଥକଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି ଜୟ ଢୋଲକିଆ। ମିଶ୍ରଣ ପର୍ବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande