ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ପୁରୀ ଜିଲ୍ଲାର ଅସ୍ତରଙ୍ଗରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର ଅସ୍ତରଙ୍ଗରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କନ୍ଧମାଳ ଜିଲ୍ଲାର କେ. ନୂଆଗାଁରେ ୫୭.୦ ମି.ମି., କଳିଙ୍ଗାରେ ୩୮.୦ ମି.ମି., ରାଇ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ପୁରୀ ଜିଲ୍ଲାର ଅସ୍ତରଙ୍ଗରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର ଅସ୍ତରଙ୍ଗରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କନ୍ଧମାଳ ଜିଲ୍ଲାର କେ. ନୂଆଗାଁରେ ୫୭.୦ ମି.ମି., କଳିଙ୍ଗାରେ ୩୮.୦ ମି.ମି., ରାଇକିଆରେ ୩୬.୮ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୩୫.୦ ମି.ମି., ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୨୭.୪ ମି.ମି., ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ୨୪.୪ ମି.ମି., ପର୍ଜଙ୍ଗରେ ୨୪.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୨୨.୮ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ୨୨.୬ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୨୧.୨ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୧୯.୪ ମି.ମି., ମାଲକାନଗିରି ଜିଲ୍ଲାର ପଡ଼ିଆରେ ୧୯.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande