ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତୃତୀୟ ଦିନ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେ
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତୃତୀୟ ଦିନ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା (କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୧୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୧୪,୧୫, ୧୬ ଓ ୧୭ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande