ପୀଡିତା ଓଡ଼ିଆ ମେଡିକାଲ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଭାତୀ ପରିଡା
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ପଶ୍ଚିମବଙ୍ଗରେ ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦୁଃଖ ପ୍ରକାଶ କରିବା ସହ ପୀଡିତା ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏକ୍ସରେ ଶ୍ରୀମତୀ ପରିଡା ଲେଖିଛନ୍ତି ପଶ୍ଚିମବଙ୍ଗର ଦୁର୍ଗାପୁରରେ ଏକ ମେଡିକା
ପୀଡିତା ଓଡ଼ିଆ ମେଡିକାଲ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଭାତୀ ପରିଡା


ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.) - ପଶ୍ଚିମବଙ୍ଗରେ ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦୁଃଖ ପ୍ରକାଶ କରିବା ସହ ପୀଡିତା ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଏକ୍ସରେ ଶ୍ରୀମତୀ ପରିଡା ଲେଖିଛନ୍ତି ପଶ୍ଚିମବଙ୍ଗର ଦୁର୍ଗାପୁରରେ ଏକ ମେଡିକାଲ କଲେଜ୍ ର ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମୋତେ ବ୍ୟଥିତ କରିଛି। ଚିକିତ୍ସାଧୀନ ପୀଡ଼ିତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଦୋଷୀ ଯିଏ ବି ହୋଇଥାଉ, ତ୍ୱରିତ ତଦନ୍ତ ସହ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ପଶ୍ଚିମବଙ୍ଗ ସରକାର କଡ଼ା ପଦକ୍ଷେପ ନେବା ଆବଶ୍ୟକ।

ଓଡ଼ିଶା ସରକାର ପୀଡିତା ଏବଂ ତାଙ୍କ ପରିବାର ସହ ଅଛନ୍ତି ଓ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ଅଛନ୍ତି। ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande