ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହେବାର ସମ୍ଭାବନା ରହିଛି । ପରବର୍ତୀ ଦୁଇ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ