ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଝାରସୁଗୁଡ଼ା ଜିଲ୍ଲାର ଦେଓଗାଁରେ ସର୍ବାଧିକ ୭୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ୫୬.୦ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୫୦.୦ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୪୪.୦ ମି.ମି., ବଲାଙ୍ଗିର ଜିଲ୍ଲାର ବଙ୍ଗମୁଣ୍ଡାରେ ୪୦.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୩୫.୦ ମି.ମି., ନୂଆପଡ଼ା ଜିଲ୍ଲାର ସିନାପାଲିରେ ୩୦.୦ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୨୯.୦ ମି.ମି., ରାୟଗଡ଼ା ଜିଲ୍ଲାର ବିଶମ କଟକରେ ୨୮.୪ ମି.ମି., ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୨୮.୨ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୨୭.୪ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର(ପିଟିଓ)ରେ ୨୬.୨ ମି.ମି. ଏବଂ ବରଗଡ଼ ଜିଲ୍ଲାର ପାଇକମାଳରେ ୨୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ