ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣ
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (ଗଞ୍ଜାମ, ଗଜପତି, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା(ନୟାଗଡ଼, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୧୫, ୧୬, ୧୭ ଓ ୧୮ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande