ଭୁବନେଶ୍ବର, 13 ଅକ୍ଟୋବର (ହି.ସ) ନୂଆପଡ଼ା ଉପନିର୍ବାଚନ ଲାଗି ସୋମବାର ଦିନ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି।
ଦିନ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅକ୍ଟୋବର ୨୦ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଠିକ୍ ସେହିପରି ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଅକ୍ଟୋବର ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ।
ସେହିପରି ନଭେମ୍ବର ୧୧ ତାରିଖରେ ମତଦାନ ହେବ ଏବଂ ୧୪ରେ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷିତ ହେବ।
ନଭେମ୍ବର ୧୧ ତାରିଖରେ ମତଦାନ ହେବ ଏବଂ ୧୪ରେ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷିତ ହେବ। ୧୬ ତାରିଖ ସୁଦ୍ଧା ନୂଆପଡ଼ା ଉପନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ