ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ- ନବୀନ ପଟ୍ଟନାୟକ
ଭୁବନେଶ୍ୱର,୧୩ ଅକ୍ଟୋବର (ହି.ସ.) -ରାଜ୍ୟ ରାଜଧାନୀରେ ଅପରାଧ ବୃଦ୍ଧି ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଲୋକଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେବା ସହ ସରକାର ଦୋଷୀ ମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ଏକ୍ସରେ ଲେଖିଛନ୍ତି ନବୀନ। ନବୀନ ଲେଖିଛନ୍
ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ- ନବୀନ ପଟ୍ଟନାୟକ


ଭୁବନେଶ୍ୱର,୧୩ ଅକ୍ଟୋବର (ହି.ସ.) -ରାଜ୍ୟ ରାଜଧାନୀରେ ଅପରାଧ ବୃଦ୍ଧି ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଲୋକଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେବା ସହ ସରକାର ଦୋଷୀ ମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ଏକ୍ସରେ ଲେଖିଛନ୍ତି ନବୀନ।

ନବୀନ ଲେଖିଛନ୍ତି ଅଶାନ୍ତ ରାଜ୍ୟ ରାଜଧାନୀ, ଖୁଲମଖୋଲା ବଢ଼ୁଛି ଆତଙ୍କରାଜ। କିଏ ଦେବ ଲୋକଙ୍କୁ ସୁରକ୍ଷା? ଗୋଟିଏ ଦିନରେ ଭୁବନେଶ୍ୱରରେ ଏମ୍ସ କର୍ମଚାରୀଙ୍କୁ ଗୁଳି କରି ନିର୍ମମ ଭାବେ ହତ୍ୟା, ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଚନ୍ଦ୍ରଶେଖରପୁରରେ ବିଭତ୍ସ ହତ୍ୟାକାଣ୍ଡ ସହ ରେଳ ଷ୍ଟେସନରେ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ କରିବା ସମସ୍ତଙ୍କ ଭିତରେ ଆତଙ୍କ ଖେଳାଇ ଦେଇଛି।

କେବଳ ଘଟଣା ଘଟିବା ପରେ ବିଜେପି ସରକାରରେ ପୋଲିସ ପ୍ରଶାସନ କ୍ରିୟାଶୀଳ ହେବା ଅପରାଧୀଙ୍କୁ ଭୟଶୂନ୍ୟ କରିଦେଉଛି। କଥା କଥାକେ ଦିବାଲୋକରେ ଗୁଳି ଫୁଟୁଛି, ଅପରାଧୀ ଅବାଧ ଭାବେ ବୁଲୁଛନ୍ତି।

ରାଜ୍ୟର ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁ ଥିବାବେଳେ ବିଜେପି ସରକାର ସଜାଗ ନ ହେବା ସବୁଠୁ ଆଶ୍ଚର୍ଯ୍ୟର ବିଷୟ। ଲୋକଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେଇ, ଏକ ଭୟମୁକ୍ତ ପରିବେଶ ସୁନିଶ୍ଚିତ କରିବା ପାଇଁ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande