ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ - ସୁଜିତ କୁମାର
ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ.)- ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି ଏବଂ ଖାଲି ଘୋଷଣା ବାକି ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର। ସେ କହିଛନ୍ତି ୧୬ ତାରିଖରେ ବିଜେପି ପ୍ରାର୍ଥୀ ନାମାଙ୍କନ ଭରିବେ। ନାମାଙ୍କନ
ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ - ସୁଜିତ କୁମାର


ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ.)- ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି ଏବଂ ଖାଲି ଘୋଷଣା ବାକି ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର।

ସେ କହିଛନ୍ତି ୧୬ ତାରିଖରେ ବିଜେପି ପ୍ରାର୍ଥୀ ନାମାଙ୍କନ ଭରିବେ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ମନ୍ତ୍ରୀ ସାଂସଦ ଓ ବିଧାୟକ ବିଶାଳ ରାଲିରେ ଆସିବେ। ସେହି ଦିନ ଆୟୋଜିତ ହେବାକୁ ଥିବା ଏକ ବିଶାଳ ସମାବେଶରେ ୨୦୦୦ ରୁ ଅଧିକ କର୍ମୀ କଂଗ୍ରେସ ଓ ବିଜେଡି କର୍ମୀ ବିଜେପିରେ ଯୋଗ ଦେବେ। ସେ ଆହୁରି ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ। ବିଜେଡି ଏଯାଏ ପ୍ରାର୍ଥୀ ସ୍ଥିର କରିପାରିନାହିଁ। ତେଣେ କଂଗ୍ରେସକୁ ଲୋକେ ପସନ୍ଦ କରୁନାହାନ୍ତି। ଏଣୁ ବିଜେପି ଏଠାରେ ଜିତିବା ସୁନିଶ୍ଚିତ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande