ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ.)- ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଯଦୁନାଥ ପାଣିଗ୍ରାହୀଙ୍କ ମାତା ଆଲ୍ହାଦିନି ପାଣିଗ୍ରାହୀଙ୍କ ୮୮ବର୍ଷ ବୟସରେ ପରଲୋକ ଘଟିଛି । ତାଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତାଃ ପାଣିଗ୍ରାହୀ ଜଣେ ମିଷ୍ଟଭାଷୀ, ସ୍ନେହବତ୍ସଳା, ଧର୍ମପରାୟଣ ମହିଳା ଥିଲେ। ସ୍ୱର୍ଗତାଃ ପାଣିଗ୍ରାହୀଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା