ସମ୍ବଲପୁର, ୧୫ ଅକ୍ଟୋବର (ହି.ସ.)- ବୁଧବାର ସକାଳ ୮ଟା ୩୦ ସୁଦ୍ଧା ୩ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ସକାଳ ସାଢ଼େ ୮ଟାରେ ଗୋଟିଏ ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଥିଲା । ପରେ ଦିନ ୧୨ଟା ୧୦ ରେ ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଜଳଭଣ୍ଡାରର ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ପତନ ୬୨୯.୯୭ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୬୯ ହଜାର ୩୪୮ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଗୋଟିଏ ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୫୨ ହଜାର ୯୧୦ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ