ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ଓ ରାୟଗଡ଼ାର ବିଷମକଟକରେ ବର୍ଷା : ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୪୧.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ଓ ରାୟଗଡ଼ାର ବିଷମକଟକ ରେ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୪୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି
ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ଓ ରାୟଗଡ଼ାର ବିଷମକଟକରେ ବର୍ଷା : ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୪୧.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ଓ ରାୟଗଡ଼ାର ବିଷମକଟକ ରେ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୪୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ୨୭.୦ ମି.ମି., ମାଲକାନଗିରିରେ ୮.୬ ମି.ମି., କୋରୁକୁଣ୍ଡାରେ ୩.୦ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର ବିଷମକଟକରେ ୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande