ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ବିୟୋଗରେ ନବୀନଙ୍କ ଶୋକ
ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ)- ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ଦେହାନ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ୍ସରେ ନବୀନ ଲେଖିଛନ୍ତି ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।
ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ବିୟୋଗରେ ନବୀନଙ୍କ ଶୋକ


ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ)- ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ଦେହାନ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ଏକ୍ସରେ ନବୀନ ଲେଖିଛନ୍ତି ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande