ନୂଆପଡ଼ା ଉପନିର୍ବାଚନ ପାଇଁ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି
ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ)- ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ରେ ଉପନିର୍ବାଚନ ପାଇଁ ଆଜି (ତା ୧୫.୧୦.୨୦୨୫) ଅପରାହ୍ନ ସୁଦ୍ଧା କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି। ଭାରତ ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନ
ନୂଆପଡ଼ା ଉପନିର୍ବାଚନ ପାଇଁ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି


ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ)- ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ରେ ଉପନିର୍ବାଚନ ପାଇଁ ଆଜି (ତା ୧୫.୧୦.୨୦୨୫) ଅପରାହ୍ନ ସୁଦ୍ଧା କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି।

ଭାରତ ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ (ସୋମବାର) ତାରିଖ ଧାର୍ଯ୍ୟ ହୋଇଛି । ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ନଭେମ୍ବର ୧୬ ( ରବିବାର) ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande