ଜୟପୁର, ୧୬ ଅକ୍ଟୋବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ରାଣିପୁଟ ଓ କୁସୁମପୁଟ ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ଖବର ପାଇ ମଦ ମାଫିଆ ମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୯ ଶହ ଲିଟର ପୋଚ ଓ ୯୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶରି ହିରଣ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି