ସମ୍ବଲପୁର, ୧୭ ଅକ୍ଟୋବର (ହି.ସ.)- ଶୁକ୍ରବାର ସଂନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସଂନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୩୦.୦୦ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୫୨ ହଜାର ୮୫୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଗୋଟିଏ ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ କେନାଲ ଗୁଡିକ ଦେଇ ପ୍ରତି ସେକେଣ୍ଡରେ ୫୨ ହଜାର ୮୫୪ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ