ଗଞ୍ଜାମ, ୧୭ ଅକ୍ଟୋବର (ହି.ସ.)- ବିଷାକ୍ତ ସାପ କାମୁଡ଼ାରେ ଅଜା-ନାତିଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଶବରପଲ୍ଲୀ ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଘଟିଯାଇଛି ଏଭଳି ଏକ ଦୁଃଖଦ ଘଟଣା । ପରିବାର ଲୋକେ ଏ ସମ୍ପର୍କରେ ଜାଣିବା ପରେ ଉଭୟଙ୍କୁ ପ୍ରଥମେ ଶେରଗଡ଼ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ପରେ ଅଧିକ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରିଥିଲେ । ହେଲେ ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ । ଅଜା ପଂଚା ନାୟକ (୪୦) ଓ ନାତି ରୋଷନ ପାଇକ (୧୦)ଙ୍କ ଅକାଳ ବିୟୋଗରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ