ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ (ଆଜି ଓ ଆସନ୍ତାକାଲି) ପାଇଁ କୌଣସି ଚେତାବନୀ ନଥିବା ବେଳେ ଅକ୍ଟୋବର ୧୯ ତାରିଖ ଓ ୨୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ଅକ୍ଟୋବର ୧୯ ତାରିଖ ଓ ୨୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ