ଜୟପୁର,୧୭ ଅକ୍ଟୋବର (ହି.ସ.)- ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ରଣ୍ଡାପାଲି କେନ୍ଦ୍ର ର ସାନ କାଉଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି l ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ରଣ୍ଡାପାଲି ଭାଗିରଥି ବାରିକଙ୍କ ଆହ୍ବାନ କ୍ରମେ ରଣ୍ଡାପାଲି ଗୋଷ୍ଠୀ ସାଧନ କେନ୍ଦ୍ର ର ୧୯ ଗୋଟି ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନେ ଉକ୍ତ ସୁରଭି କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ l
ଉକ୍ତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟପୁର ଚନ୍ଦନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ l ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ବୟ ସମିତି କୋରାପୁଟ ଜିଲ୍ଲା ଶାଖା ସଭାପତି ଶଶୀ ଭୂଷଣ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ l ସମନାଥ ଗାଦବା, ସର୍ବେଶ୍ଵର ପଟନାୟକ, ମହେଶ୍ୱର ମିଶ୍ର, କିରଣ ମହାରଣା ମଞ୍ଚାସିନ ହୋଇ ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। କୃତି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା l
ହିନ୍ଦୁସ୍ଥାନ ସମାଚାର / ପିକେପି