ଭଦ୍ରକ, ୧୭ ଅକ୍ଟୋବର (ହି.ସ.) - ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ଗୋପିନାଥପୁର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଗୋପିନାଥଜୀଉ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ପ୍ରଫୁଲ୍ଲ କୁମାର ସାହୁଙ୍କ ତତ୍ୱାବଧାନ ଓ ଗୋପିନାଥଜୀଉ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ପ୍ରଫୁଲ୍ଲ କୁମାର ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଭାଗିରଥି ପାତ୍ର, ମୁଖ୍ୟ ବକ୍ତା ଭାବେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଚିତରଜଂନ ମହାନ୍ତି ଯୋଗ ଦେଇଥିଲେ । ସରପଂଚ ସବିତା ରାଣୀ ନାୟକ,ଶ୍ରୀରାମପୁର ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ପ୍ରଫୁଲ୍ଲ ଜେନା,ତେଲନଟି ନୋଡ଼ାଲ ବିଦ୍ୟାଳୟ ପ୍ରଧାନଶିକ୍ଷକ ଗୋପବନ୍ଧୁ ଜେନା,ସାହୁପଡ଼ା ନୋଡ଼ାଲ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ରଜନୀ ଦାସ,ଗୋପିନାଥଜୀଉ ନୋଡ଼ାଲ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ମଂଜୁଲତା ପାତ୍ର,ବାଲିପୋଖରୀ ହାଇସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ଦିପ୍ତିମୟୀ ବେହେରା,କାଣ୍ଡବା ନୋଡ଼ାଲ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ରିତାରାଣୀ ପରିଡ଼ା,ଏ.ସି ବିଦ୍ୟାନିକେତନ ସନ୍ଦାଡ଼ୋ ପ୍ରଧାନଶିକ୍ଷକ କାର୍ତିକ ଚନ୍ଦ୍ର କର, କେସିବିଏମ ସହକାରୀ ଶିକ୍ଷୟିତ୍ରୀ ପ୍ରଜ୍ଞାପରମିତା ବେହେରା,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋବିନ୍ଦ ଚନ୍ଦ୍ର ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଶିକ୍ଷକ ଅନନ୍ତ ଜେନା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ମିହିର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ୧୪ ଗୋଟି ବିଦ୍ୟାଳୟର ପ୍ରାୟ ୭୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଆୟୋଜିତ ୧୫ ଗୋଟି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ୧୪ ଗୋଟି ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟତ୍ରୀ, କମିଟି ସଦସ୍ୟ /ସଦସ୍ୟା ଓ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ ।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ