ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ମାନୁ ନାହାନ୍ତି ବାବୁ
ଜନଶୁଣାଣିକୁ ଗୁରୁତ୍ୱ ଦେଉନାହାନ୍ତି ୬ ବିଭାଗ। ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ)- ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସତ୍ୱେ ରାଜ୍ୟ ସରକାରଙ୍କ ୬ଟି ବିଭାଗ ଲୋକଙ୍କ ଅଭିଯୋଗର ସମାଧାନ ଦିଗରେ ଗୁରୁତ୍ୱ ଦେଉ ନାହାନ୍ତି। ଯେଉଁଥିପାଇଁ ପ୍ରାୟ ୩୮ହଜାର ଲୋକଙ୍କ ଅଭିଯୋଗର ସମାଧାନ ହୋଇପାରୁନାହିଁ। ଏନେଇ ସରକାର
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ମାନୁ ନାହାନ୍ତି ବାବୁ


ଜନଶୁଣାଣିକୁ ଗୁରୁତ୍ୱ ଦେଉନାହାନ୍ତି ୬ ବିଭାଗ।

ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ)- ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସତ୍ୱେ ରାଜ୍ୟ ସରକାରଙ୍କ ୬ଟି ବିଭାଗ ଲୋକଙ୍କ ଅଭିଯୋଗର ସମାଧାନ ଦିଗରେ ଗୁରୁତ୍ୱ ଦେଉ ନାହାନ୍ତି। ଯେଉଁଥିପାଇଁ ପ୍ରାୟ ୩୮ହଜାର ଲୋକଙ୍କ ଅଭିଯୋଗର ସମାଧାନ ହୋଇପାରୁନାହିଁ। ଏନେଇ ସରକାରଙ୍କ ପକ୍ଷରୁ ବାରମ୍ବାର ପତ୍ର ଲେଖାଗଲେ ମଧ୍ୟ କର୍ଣ୍ଣପାତ କରୁ ନ ଥିବାରୁ ଗତ ୧୫ ତାରିଖରେ ସମ୍ପୃକ୍ତ ବିଭାଗୀୟ ମୁଖ୍ୟଙ୍କୁ ପୁନର୍ବାର ପତ୍ର ଲେଖି ତାଗିଦ୍ କରାଯାଇଛି।

ଜଳସମ୍ପଦ, ମହିଳା ଓ ଶିଶୁ ବିକାଶ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ପଂଚାୟତିରାଜ, ଇସ୍ପାତ ଓ ଖଣି ଏବଂ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗରେ ଅଭିଯୋଗ ସମାଧାନ ହାର ଅନ୍ୟ ବିଭାଗଠାରୁ ଯଥେଷ୍ଟ କମ୍ ରହିଛି । ପଞ୍ଚାୟତିରାଜ ବିଭାଗରେ ଏବେ ବି ୨୦ହଜାର ୫୪୪ଟି ଅଭିଯୋଗ ସମାଧାନ ହୋଇ ନ ଥିବାବେଳେ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ ୨ହଜାର ୩୧୯ ଅଭିଯୋଗ ଗଡ଼ୁଛି। ସେହିପରି ଜଳସମ୍ପଦ ବିଭାଗରେ ୧ହଜାର ୪୪୬, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୪ହଜାର ୯୮୮,ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮ହଜାର ୬୫୨ ଏବଂ ଖଣି ଓ ଇସ୍ପାତ ବିଭାଗରେ ୫୦୬ଟି ଅଭିଯୋଗ ଗଡୁଛି।

ପଞ୍ଚାୟତିରାଜ ବିଭାଗକୁ ବାଦ୍ ଦେଇ ଅନ୍ୟ ୫ଟି ବିଭାଗରେ ଅଭିଯୋଗ ସମାଧାନ ହାର ୮୦ପ୍ରତିଶତରୁ କମ୍ ରହିଛି। ଇତିମଧ୍ୟରେ ରାଜ୍ୟରେ ୪୦ଟି ବିଭାଗକୁ ୪ଲକ୍ଷ ୯୯ହଜାର ୮୫୧ଟି ଅଭିଯୋଗ ମିଳିଥିବାବେଳେ ଗତ ସେପ୍େଟମ୍ବରରେ ୧୭ହଜାର ୧୧ଟି ଅଭିଯୋଗ ସରକାରଙ୍କ ହସ୍ତଗତ ହୋଇଛି। ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ୬୬ହଜାର ୮୬୮ଟି ଅଭିଯୋଗ ୪୦ଟି ବିଭାଗରେ ଗଡୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande