ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନାହିଁ : ଅକ୍ଟୋବର ୧୯ରୁ ୨୧ ତାରିଖ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୮ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନଥିବା ବେଳେ ଅକ୍ଟୋବର ୧୯ରୁ ୨୧ ତାରିଖ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଅକ୍ଟୋବର ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଆଗାମୀ ୨୪ ଘଂଟା ପାଇଁ କୌ
ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନାହିଁ : ଅକ୍ଟୋବର ୧୯ରୁ ୨୧ ତାରିଖ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ


ଭୁବନେଶ୍ୱର, ୧୮ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନଥିବା ବେଳେ ଅକ୍ଟୋବର ୧୯ରୁ ୨୧ ତାରିଖ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଅକ୍ଟୋବର ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନାହିଁ । ଅକ୍ଟୋବର ୧୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୨୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି )କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande