ନୂଆପଡା ଉପନିର୍ବାଚନ : ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
ନୂଆପଡା, ୧୮ ଅକ୍ଟୋବର (ହି.ସ.)- ନୂଆପଡା ଉପନିର୍ବାଚନ ପାଇଁ ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଘାସିରାମ ଓ ଜୟ ନିଜ ନିଜ ସମର୍ଥକ ମାନଙ୍କ ସହ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ
ନୂଆପଡା ଉପନିର୍ବାଚନ : ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ


ନୂଆପଡା, ୧୮ ଅକ୍ଟୋବର (ହି.ସ.)- ନୂଆପଡା ଉପନିର୍ବାଚନ ପାଇଁ ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଘାସିରାମ ଓ ଜୟ ନିଜ ନିଜ ସମର୍ଥକ ମାନଙ୍କ ସହ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ୟ, ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଏହାକୁ ନେଇ ରାଜ୍ୟର ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଶିବିର ଚଳଚଂଚଳ ହୋଇଉଠିଛି । କ୍ଷମତାକୁ ଆସିଲା ପରେ ବିଜେପି ପ୍ରଥମ ଥର ପାଇଁ ଉପନିର୍ବାଚନର ସାମନା କରୁଥିବାରୁ ଏହା ଦଳ ପାଇଁ ସମ୍ମାନର ପ୍ରଶ୍ନ ହୋଇଯାଇଛି । ନିର୍ବାଚନୀ ରଣନୀତିର ପ୍ରଥମ ପର୍ଯ୍ୟାୟରେ ଦିବଂଗତ ବିଜେଡି ବିଧାୟକଙ୍କ ପୁଅ ଜୟ ଢୋଲକିଆଙ୍କୁ ନିଜ ପକ୍ଷକୁ ଆଣି ପ୍ରାର୍ଥୀ କରାଇବାରେ ବିଜେପି ସଫଳ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande