ଭୁବନେଶ୍ୱର, ୧୮ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।୧୯ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ