ଆଖଣ୍ଡଳମଣିଙ୍କ ମନ୍ଦିରରେ ଦୀପାବଳୀ ନିତୀକାନ୍ତି ଚୂଡାନ୍ତ, ଆଜି ରାତ୍ର ୯ଟାରେ ମନ୍ଦିରଚୂଡାକୁ ଉଠିବ ମହାଦୀପ
ଭଦ୍ରକ, ୧୯ ଅକ୍ଟୋବର (ହି.ସ.) - ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପବିତ୍ର ଦୀପାବଳୀରେ ମନ୍ଦିରଚୂଡାକୁ ଉଠିବ ମହାଦୀପ। ଏଥିପାଇଁ ଉଭୟ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ଚୂଡାନ୍ତ ହୋଇଛି ନୀତିକାନ୍ତି । ପବିତ୍ର ଦୀପାବଳି ଉତ୍ସବ ଅ୍ୱସରରେ ଭୋର ୪ଟାରେ ଦ୍ୱାରଫିଟା ଯିବା ପରେ ମଙ୍ଗଳ ଆଳତୀ,
AKHANDALAMANI MANDIRARE DIPABALI NITIKANTI


ଭଦ୍ରକ, ୧୯ ଅକ୍ଟୋବର (ହି.ସ.) - ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପବିତ୍ର ଦୀପାବଳୀରେ ମନ୍ଦିରଚୂଡାକୁ ଉଠିବ ମହାଦୀପ। ଏଥିପାଇଁ ଉଭୟ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ଚୂଡାନ୍ତ ହୋଇଛି ନୀତିକାନ୍ତି । ପବିତ୍ର ଦୀପାବଳି ଉତ୍ସବ ଅ୍ୱସରରେ ଭୋର ୪ଟାରେ ଦ୍ୱାରଫିଟା ଯିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସମ୍ପନ୍ନ ହେବ, ପରେ ନବବସ୍ତ୍ର ଲାଗି କରାଯାଇ ଦିଗମ୍ବର ବେଶରେ ସଜ୍ଜିତ କରାଯିବ ୍ୱା୍ୱାଙ୍କୁ। ସକାଳ ୯ଟାରେ ପହଡଖିଆ ଅନ୍ନନୀତି, ମଧ୍ୟାହ୍ନ ୧ଟାରେ ଯୋଗୀବେଶ ଓ ବଡନୀତି, ୧ଘଂଟା ଅବକାଶ(ଶୟନ) ନୀତି ସମ୍ପନ୍ନ ହେବା ପରେ ଦୀପାବଳି ନୀତି ନିମନ୍ତେ ବାବାଙ୍କୁ ବଡସିଂହାର ବେଶରେ ସଜ୍ଜିତ କରାଯାଇ ସଂଧ୍ୟାରେ ଭକ୍ତମାନଙ୍କ ଦ୍ୱାରା ହଜାରହଜାର ଦୀପ ପ୍ରଜ୍ୱଳନ କରାଯିବ। ସଂଧ୍ୟା ୭ଟାରେ ମହାଦୀପ ପ୍ରସ୍ତୁତି କରାଯାଇ ଶୋଡଷ ଉପଚାରରେ ପୂଜାର୍ଚ୍ଚନା ଓ ଅଗ୍ନି ସଂଯୋଗ କରାଯିବା ପରେ ରାତ୍ର ୯ଟାରେ ମନ୍ଦିର ବେଢା ପରିକ୍ରମା କରାଯାଇ ମନ୍ଦିର ଚୂଡାରେ ସ୍ଥାପନ କରାଯିବ। ଏଥିପାଇଁ ମନ୍ଦିର ବାହାରେ ଓ ଭିତରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ପାଇଁ ଜିଲା ପୁଲିସ ସହ ଆଲୋଚନା କରାଯାଇଥିବା ମନ୍ଦିର ଅଧିକାରୀ ବିଦ୍ୟାଧର ପଲାଇ କହିଛନ୍ତି।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande