ବଲାଙ୍ଗିର, ୧୯ ଅକ୍ଟୋବର (ହି.ସ.)- ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାର ତୃତୀୟ ପର୍ଯ୍ୟାୟର ହିତାଧିକାରୀଙ୍କୁ ଗୃହ ନିର୍ମାଣର ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କାର୍ଯ୍ୟକ୍ରମର ଆଭାଷୀ / ସିଧା ପ୍ରସାରଣ ମାଧ୍ୟମରେ ଯୋଡି ହୋଇ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅସ୍ଵାନ ଗୃହରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ଜିଲ୍ଲାର ୩୮ଟି ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାରେ ତୃତୀୟ ପର୍ଯ୍ୟାୟର ୧୦୪୪ ଜଣ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ କରାଯାଇ କାର୍ଯ୍ୟାଦେଶ ବଣ୍ଟନ କରାଯାଇଅଛି । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଲୋକସଭା ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ଜିଲ୍ଲା ପଞ୍ଚାୟତ ଅଧିକାରୀ ସରୋଜ କୁମାର ମେହେର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି ଏବଂ ବିଭିନ୍ନ ବ୍ଲକ ଓ ପଞ୍ଚାୟତରୁ ଆସିଥିବା ଅଧିକାରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ