ଭୁବନେଶ୍ୱର , ୧୯ ଅକ୍ଟୋବର (ହି.ସ.)- ଅନୁଗୋଳ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସିଦ୍ଧାର୍ଥ ରାଉତରାୟଙ୍କ ପିତାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ ଶୋକବାର୍ତାରେ କେନ୍ଦ୍ରମନ୍ତ୍ରୀ ଳେଖିଛନ୍ତି ଆମ ଦଳର ଅନୁଗୋଳ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସିଦ୍ଧାର୍ଥ ରାଉତରାୟଙ୍କ ପିତା ତଥା ଖିଣ୍ଡାର ପୂର୍ବତନ ସରପଂଚ ରାମଚନ୍ଦ୍ର ରାଉତରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା