ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ସର୍ବାଧିକ ୬୧.୮ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ସର୍ବାଧିକ ୬୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ଚିକିଟିରେ ୪୨.୦ ମି.ମି., ପୁରୀ ଜିଲ୍ଲାର ପୁରୀରେ ୩୩.୮ ମି.ମ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ସର୍ବାଧିକ ୬୧.୮ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ସର୍ବାଧିକ ୬୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଗଞ୍ଜାମ ଜିଲ୍ଲାର ଚିକିଟିରେ ୪୨.୦ ମି.ମି., ପୁରୀ ଜିଲ୍ଲାର ପୁରୀରେ ୩୩.୮ ମି.ମି., ସତ୍ୟବାଦୀରେ ୩୧.୦ ମି.ମି., କୃଷ୍ଣପ୍ରସାଦରେ ୨୭.୨ ମି.ମି., କାକଟପୁରରେ ୨୪.୦ ମି.ମି., ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡାରେ ୨୨.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୧୯.୨ ମି.ମି., ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ୧୯.୦ ମି.ମି., ପାତ୍ରପୁରରେ ୧୬.୪ ମି.ମି., ପୁରୁଷୋତମପୁରରେ ୧୪.୪ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୧୨.୩ ମି.ମି. ଏବଂ ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande