ଭୁବନେଶ୍ୱର, ୨ ଅକ୍ଟୋବର (ହି.ସ.)- ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । ମାଆଙ୍କ ଆଗମନରେ ଗାଁଠୁ ସହର ଉତ୍ସବମୁଖର ହୋଇଛି । ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଆଜି ବିଭିନ୍ନ ମଣ୍ଡପରେ ମା’ଙ୍କ ଦଶହରା ପୂଜା ଚାଲିଥିବା ବେଳେ ଶକ୍ତିପୀଠରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା । ମା ଙ୍କ ଦର୍ଶନ ପାଇଁ ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଘଂଟ ଘଂଟା ଓ ମନ୍ତ୍ର ଧ୍ୱନିରେ ପ୍ରକମ୍ପିତ ହୋଇଛି ପୁରା ପରିବେଶ । ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ମଧ୍ୟରେ ଭକ୍ତମାନେ ମାଆଙ୍କ ବେଶ ଦର୍ଶନ କରି କରୁଣା ଲାଭ କରୁଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ