ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତ୍ୟଧିକ ପ୍ରବଳ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ଅକ୍ଟୋବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତ୍ୟଧିକ ପ୍ରବଳ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା, ଝ
ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତ୍ୟଧିକ ପ୍ରବଳ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ଅକ୍ଟୋବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତ୍ୟଧିକ ପ୍ରବଳ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି,କୋରାପୁଟ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, ନବରଙ୍ଗପୁର, ମାଲକାନଗିରି । ଅନ୍ୟ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି, ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି, ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି, ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ୪୦ରୁ ୫୦ କି.ମି. କିମ୍ବା ଏହାର ଝଟକା ୬୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ଆସନ୍ତାକାଲି ଅର୍ଥାତ୍ ୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଗୋଟିଏ ଜିଲ୍ଲା ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ଠାରୁ ୮ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande