ଭୁବନେଶ୍ୱର, 02 ଅକ୍ଚୋବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ୱାଇଁଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ଶ୍ରୀ ପ୍ରଧାନ ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି, ଗଞ୍ଜାମ ଜିଲ୍ଲାର ବର୍ଷୀୟାନ ଭଜନ ଗାୟକ ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ୱାଇଁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ପାରମ୍ପରିକ 'କୃଷ୍ଣ ଲୀଳା'ର ପ୍ରଚାର, ପ୍ରସାର ଓ ସଂରକ୍ଷଣ ଦିଗରେ ତାଙ୍କର ଜୀବନବ୍ୟାପୀ ସାଧନା ଓ ପ୍ରତିବଦ୍ଧତା ଅତୁଳନୀୟ । ତାଙ୍କ ବିୟୋଗରେ କଳା ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ।
ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ