ଭୁବନେଶ୍ୱର, ୨୦ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦୁଝର ଜିଲ୍ଲାର ସ୍ୱାମପାଟଣାରେ ସର୍ବାଧିକ ୭୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବାଲେଶ୍ୱର ଜିଲ୍ଲାର ବାହାନଗାରେ ୬୫.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ୫୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୫୧.୮ ମି.ମି., କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ୪୯.୮ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୪୭.୦ ମି.ମି., ଗଜପତି ଜିଲ୍ଲାର କାଶିନଗରରେ ୪୬.୨ ମି.ମି., ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡ଼ାରେ ୪୪.୨ ମି.ମି., କଳାହାଣ୍ଡି ଜିଲ୍ଲାର କେସିଙ୍ଗାରେ ୪୩.୬ ମି.ମି., ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ୪୨.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୪୨.୦ ମି.ମି., ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୪୦.୦ ମି.ମି. ଏବଂ ଭଞ୍ଜନଗରରେ ୩୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ