ଭୁ
ଭୁବନେଶ୍ୱର , ୨୦ ଅକ୍ଟୋବର (ହି.ସ.) - ଆସନ୍ତା କାଲି (ମଙ୍ଗଳବାର) ପୂର୍ବାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହେବାକୁ ଯାଉଛି। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହା ନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଗଣ ଉପସ୍ଥିତ ରହି ଅମର ଶହୀଦ ଯବାନଙ୍କୁ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ସମ୍ମାନ ପ୍ରଦର୍ଶନ କରିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା