୬୬ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳନ
କେନ୍ଦ୍ରାପଡା, ୨୧ ଅକ୍ଟୋବର (ହି.ସ.)- କେନ୍ଦ୍ରାପଡ଼ା ସ୍ଥିତ ଜଜାଙ୍ଗ ରିଜର୍ଭ ପୋଲିସ ପଡିଆଠାରେ ୬୬ତମ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି। କେନ୍ଦ୍ରାପଡ଼ା ପୋଲିସ ତରଫରୁ ଆୟୋଜିତ ଦିବସରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସହୀଦ ସ୍ମୃତି ସ୍ମାରକୀରେ ଶ୍ରଦ
୬୬ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳନ


କେନ୍ଦ୍ରାପଡା, ୨୧ ଅକ୍ଟୋବର (ହି.ସ.)- କେନ୍ଦ୍ରାପଡ଼ା ସ୍ଥିତ ଜଜାଙ୍ଗ ରିଜର୍ଭ ପୋଲିସ ପଡିଆଠାରେ ୬୬ତମ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି। କେନ୍ଦ୍ରାପଡ଼ା ପୋଲିସ ତରଫରୁ ଆୟୋଜିତ ଦିବସରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସହୀଦ ସ୍ମୃତି ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାସହିତ ଶହୀଦଙ୍କ ଵୀରତ୍ୱକୁ ପ୍ରଶଂସା କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଶହୀଦଙ୍କ ସ୍ମୃତି ଚାରଣ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande