ପୁରୀ ଜିଲ୍ଲାର ବରିଷ୍ଠ ବିଜେପି ନେତା ଡ. ବିଶ୍ୱନାଥ ରଥଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତିଙ୍କ ଶୋକ
ଭୁବନେଶ୍ୱର,୨୧ ଅକ୍ଟୋବର (ହି.ସ.) - ପୁରୀ ଜିଲ୍ଲାର ବରିଷ୍ଠ ବିଜେପି ନେତା ତଥା ସମାଜସେବୀ ଡ. ବିଶ୍ୱନାଥ ରଥଙ୍କ ପରଲୋକ ଘଟିଛି। ତାଙ୍କ ପରଲୋକରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି। ସ୍ୱର୍ଗତଃ ରଥ ଜଣେ ମିଷ୍ଟଭାଷୀ, ଉତ୍ସର୍ଗୀକୃତ କର୍ମୀ, ବନ୍ଧୁବତ୍ସଳ ବ୍ୟକ୍ତି ଭାବରେ ଜନସାଧ
ପୁରୀ ଜିଲ୍ଲାର ବରିଷ୍ଠ ବିଜେପି ନେତା ଡ. ବିଶ୍ୱନାଥ ରଥଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତିଙ୍କ ଶୋକ


ଭୁବନେଶ୍ୱର,୨୧ ଅକ୍ଟୋବର (ହି.ସ.) - ପୁରୀ ଜିଲ୍ଲାର ବରିଷ୍ଠ ବିଜେପି ନେତା ତଥା ସମାଜସେବୀ ଡ. ବିଶ୍ୱନାଥ ରଥଙ୍କ ପରଲୋକ ଘଟିଛି। ତାଙ୍କ ପରଲୋକରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି।

ସ୍ୱର୍ଗତଃ ରଥ ଜଣେ ମିଷ୍ଟଭାଷୀ, ଉତ୍ସର୍ଗୀକୃତ କର୍ମୀ, ବନ୍ଧୁବତ୍ସଳ ବ୍ୟକ୍ତି ଭାବରେ ଜନସାଧାରଣଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ। ସ୍ୱର୍ଗତଃ ରଥ ପୂର୍ବତନ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ହେବା ସହ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଥିଲେ। ଭାରତ ସରକାରଙ୍କ ନାରିକେଳ ବିକାଶ ବୋର୍ଡର ପୂର୍ବତନ ଉପାଧ୍ୟକ୍ଷ ଥିଲେ। ତାଙ୍କ ବିୟୋଗ ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ସ୍ୱର୍ଗତଃ ରଥଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande