ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.) - ଜଗତସିଂହପୁରରେ ବିଜେଡି କର୍ମୀଙ୍କ ଉପରେ ହୋଇଥିବା ଆକ୍ରମଣକୁଦଳୀୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡା ନିନ୍ଦା କରିଛନ୍ତି। ଏହାସହ ସରକାରଙ୍କ ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେଉ ବୋଲି ଦାବି କରିଛନ୍ତି ନବୀନ।
ଏକ୍ସରେ ନବୀନ ଲେଖିଛନ୍ତି - ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରୁଛି। ମହିଳାଙ୍କ ଉପରେ ବଢ଼ୁଥିବା ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ।
ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି। ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା