
କନ୍ଧମାଳ, ୨୭ ଅକ୍ଟୋବର (ହି.ସ.)- ଆଜି ଦୁର୍ନୀତି ନିବାରଣ ସପ୍ତାହ-୨୦୨୫ ପାଳନ ଉପଲକ୍ଷେ ଜିଲ୍ଲାର ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଏନ.ଜି.ଓ ଆଦି ବିଭିନ୍ନ ସ୍ଥାନରେ ସାଧୁତାର ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଉପ-ଜିଲ୍ଲାପାଳ, ବାଲିଗୁଡାଙ୍କ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିବା ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ, କନ୍ଧମାଳ ବେଦଭୂଷଣଙ୍କ ସଭାପତିତ୍ୱରେ ତଥା ଉପ-ଜିଲ୍ଲାପାଳ ପ୍ରଣିତା ଦାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କନ୍ଧମାଳ ଶମ୍ଭୁନାଥ ନନ୍ଦୀ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ସୁଶାନ୍ତ କୁମାର ପାଢ଼ୀ, ପ୍ରକଳ୍ପ ପ୍ରଶାସକ, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା, ବାଲିଗୁଡା କୃପାସିନ୍ଧୁ ବେହେରାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନଙ୍କ ଉପସ୍ଥିତିରେ, ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ସାଧୁତାର ଶପଥ ପାଠ କରିଥିଲେ ।
ସେହିପରି ଭାବରେ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲ୍ଲାପାଳ, କନ୍ଧମାଳ କୁଶଳ ଚନ୍ଦ୍ର ନାଏକଙ୍କ ନେତୃତ୍ଵରେ ଦୁର୍ନୀତିର ମୂଳୋତ୍ପାଟନ ନିମନ୍ତେ ସର୍ବାଧିକ ସାଧୁତା ଓ ସତ୍ୟନିଷ୍ଠାରେ ପ୍ରତିବଦ୍ଧ ରହି ଦୁର୍ନୀତି ବିରୁଦ୍ଧରେ ସଂଗ୍ରାମ କରିବା ସହିତ ପ୍ରତ୍ୟକ କ୍ଷେତ୍ରରେ ସଚ୍ଚୋଟତା ଏବଂ ଆଇନର ଶାସନକୁ ଅନୁପାଳନ କରିବା ପାଇଁ ସାଧୁତର ଶପଥ ପାଠ କରାଯାଇଥିଲା । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ