ଗୋପବନ୍ଧୁ ପ୍ରଶାସନିକ ଏକାଡେମୀରେ ଦୁର୍ନୀତି ନିବାରଣ ସଚେତନତା ଶପଥପାଠ
ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ଏକାଡେମୀର ମହା ନିର୍ଦ୍ଦେଶକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥିଭାଥନନ୍ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀ ଓ ଇତ୍ୟବସରରେ ଏକାଡ
ଗୋପବନ୍ଧୁ ପ୍ରଶାସନିକ ଏକାଡେମୀରେ ଦୁର୍ନୀତି ନିବାରଣ ସଚେତନତା ଶପଥପାଠ


ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ଏକାଡେମୀର ମହା ନିର୍ଦ୍ଦେଶକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥିଭାଥନନ୍ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀ ଓ ଇତ୍ୟବସରରେ ଏକାଡେମୀରେ ପ୍ରଶିକ୍ଷଣନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କୁ ସାଧୁତାର ଶପଥପାଠ କରାଇଥିଲେ ।

ସେହିପରି ଭୁବନେଶ୍ୱର ସ୍ଥିତ ଓଡ଼ିଶା ପ୍ରଶାସନିକ ଟ୍ରିବୁନାଲ କାର୍ଯ୍ୟାଳୟରେ ମଧ୍ୟ ନ୍ୟାୟିକ ଓ ପ୍ରଶାସନିକ ବିଭାଗର ବିଭିନ୍ନ ପଦାଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ଶପଥପାଠ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande