ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ବଲାଙ୍ଗିର, ୨୭ ଅକ୍ଟୋବର (ହି.ସ.)- ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌ
ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


ବଲାଙ୍ଗିର, ୨୭ ଅକ୍ଟୋବର (ହି.ସ.)- ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କୁ ସମୁଦାୟ ୭୬ ଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୭୩ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୩ ଗୋଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୧୧ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।

ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଡାଃ ବିଜୟାନନ୍ଦ ସେଠୀ, ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ବଲାଙ୍ଗିର ଉପ ଜିଲ୍ଲାପାଳ, ଆଲୋକ କୁମାର ପଟେଲ, ଆସିଷ୍ଟାଣ୍ଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏହି ଜନ-ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ । ସ୍ନିଗ୍ଧା ରାଣୀ ତ୍ରିପାଠୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande