
ଖୋର୍ଦ୍ଧା, 27 ଅକ୍ଟୋବର (ହି.ସ.)ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମ୍ଭାବ୍ୟ ବାତ୍ୟା ମୋନ୍ଥା ଓ ପ୍ରବଳ ବର୍ଷା ହେବା ଆକଳନକୁ ଆଖି ଆଗରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ଅକ୍ଟୋବର ୨୮ ଓ ୨୯ ତାରିଖ (ଦୁଇଦିନ) ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି l ଏହା ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ଶିକ୍ଷୟତ୍ରୀ, ଅଙ୍ଗନୱାଡ଼ି କର୍ମୀ ଓ ଜିଲ୍ଲାର ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜଣାଇ ଦିଆଗଲା l
---------------
ହିନ୍ଦୁସ୍ଥାନ ସମାଚାର / ରାକେଶ