
ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ସମ୍ଭାବ୍ୟ ବାତ୍ୟା ମୋନ୍ଥା ପ୍ରଭାବରେ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ଥିବାରୁ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ୨୮ ଓ ୨୯ ତାରିଖ ୨ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ମାତ୍ର ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବିଦ୍ୟାଳୟ କର୍ମଚାରୀ ମାନେ ସେମାନଙ୍କ ସମ୍ପୃକ୍ତ ବିଦ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା