ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ୫ ଦିବସୀୟ ପ୍ରଶିକ୍ଷଣ ଶିବିର ଆୟୋଜିତ
ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ସେସଙ୍ଖୁରିଆନ୍ ୟୁନିଭର୍ସିଟି ଠାରେ ସୋମବାର ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଏସପିଇଏଫଏଲ ଟ୍ରେଡ୍ କୁ ନେଇ ଏକ ୫ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି। ଏହାର ଉଦଘାଟନୀ ଉତ୍ସବରେ
ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ୫ ଦିବସୀୟ ପ୍ରଶିକ୍ଷଣ ଶିବିର ଆୟୋଜିତ


ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ସେସଙ୍ଖୁରିଆନ୍ ୟୁନିଭର୍ସିଟି ଠାରେ ସୋମବାର ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଏସପିଇଏଫଏଲ ଟ୍ରେଡ୍ କୁ ନେଇ ଏକ ୫ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି। ଏହାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉଚ୍ଚ ମଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀମତୀ ନିୟତୀ ପଟ୍ଟନାୟକ ଯୋଗଦେଇଥିଲେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷତା ହାସଲ କରିବା ଦିଗରେ ପ୍ରେରଣା ପ୍ରଦାନ କରିବା ସହିତ ଧନ୍ଦାମୂଳକ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିବ ବୋଲି ମତ ପ୍ରକାଶ କରିଛନ୍ତି ନିର୍ଦ୍ଦେଶକ ଶ୍ରୀମତୀ ପଟ୍ଟନାୟକ ।

ସେହିପରି ସେଞ୍ଚୁରିଆନ୍ ୟୁନିଭର୍ସିଟିର କୂଳପତି ପ୍ରଫେସର ଡାଃ ସୁପ୍ରିୟା ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଛାତ୍ରଛାତ୍ରୀମାନଙ୍କୁ ଧନ୍ଦାମୂଳକ ଶିକ୍ଷାର ଆବଶ୍ୟକତା ତଥା ଭବିଷ୍ୟତ ଗଠନ ବିଷୟରେ ଅବଗତ କରିଥିଲେ । ଏହି ଅବସରରେ ନିର୍ଦ୍ଦେଶାଳୟର ଉପନିର୍ଦେଶକ ଶ୍ରୀ ଜିତେନ୍ଦ୍ର ନାୟକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଉପନିର୍ଦ୍ଦେଶକ ଶ୍ରୀମତୀ ସି.ଏଚ. ବିଜୟଲକ୍ଷ୍ମୀ ଧନ୍ୟବାଦ ଅର୍ପଣ କରିଥିଲେ ।

ସୂଚନାଯୋଗ୍ୟ ଯେ , ଏହି ଆବାସିକ ପ୍ରଶିକ୍ଷଣ କର୍ଯ୍ୟକ୍ରମରେ ପ୍ରାୟ ୧୦୦ ଜଣ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ଅଂଶଗ୍ରହଣ କରିଛନ୍ତି ଏବଂ ସେମାନେ ଏହି ପ୍ରଶିକ୍ଷଣ ମାଧ୍ୟମରେ ଧନ୍ଦାମୂଳକ ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଜ୍ଞାନ ଅର୍ଜନ କରିବା ସହିତ ଏହାର ବ୍ୟବହାରିକ ଅଭିଜ୍ଞତା ହାସଲ କରିବେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande