ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ
ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ)- ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ଓ ଅନ୍ୟାୟ ବିରୋଧରେ ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ନେଇ ଆଜି ଶପଥ ପାଠ କରିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଅନୁଜ କୁମାର ଦ
ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ


ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ)- ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ଓ ଅନ୍ୟାୟ ବିରୋଧରେ ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ନେଇ ଆଜି ଶପଥ ପାଠ କରିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଅନୁଜ କୁମାର ଦାସପଟ୍ଟନାୟକଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ। ଆର୍ôଥକ, ରାଜନୈତିକ ଓ ସାମାଜିକ ପ୍ରଗତିରେ ଦୁର୍ନୀତି ଏକ ବଡ଼ ପ୍ରତିବନ୍ଧକ ହୋଇଥିବାରୁ ଅଧିକାରୀ ଓ କର୍ମଚାରୀମାନେ ନିଷ୍ଠାପର ଭାବେ ଆଇନ ଅନୁମୋଦିତ କାର୍ଯ୍ୟ କରିବେ ବୋଲି ଶପଥ ନେଇଥିଲେ । ନିଜ ଆଚରଣ ଓ କର୍ତବ୍ୟ ସଂପାଦନରେ ସାଧୁତା ଅବଲମ୍ବନ ସହ ଦୁର୍ନୀତି ଓ ଲାଂଚ ଦେବା ଓ ନେବା ଭଳି ଅନ୍ୟାୟ ବିରୁଦ୍ଧରେ ସ୍ୱର ଉତୋଳନ କରିବେ ବୋଲି ସମସ୍ତେ ସଂକଳ୍ପ ନେଇଥିଲେ ।

ଆଜିର ଏହି ଶପଥ ପାଠ ଉତ୍ସବରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂହ, ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ, ଯୁଗ୍ମ ନିର୍ଦ୍ଦେଶକ ବିତ ପରାମର୍ଶଦାତାପୃଥ୍ୱୀରାଜ ପାଣି, ଉପଶାସନ ସଚିବ ସେକ କଲାମ ଉଦ୍ଧିନ, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଅଶ୍ୱିନୀ କୁମାର ଭୋଇଙ୍କ ସମତେ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande