
ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ)- ଲୋକସେବା ଭବନରେ ସୋମବାର ଦିନ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନସ୍ଥିତ ୨ୟ ମହଲା ପ୍ରାଙ୍ଗଣରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଯୋଜନା ଓ ସଂଯୋଜନ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରିଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥପାଠ କରାଇଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା