
ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୬ ସ୍ଥାନରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ସର୍ବାଧିକ ୧୧୭.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଗଜପତି ଜିଲ୍ଲାର ଗୋସାଣିରେ ୧୧୫.୦ ମି.ମି., ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡିରେ ୯୦.୦ ମି.ମି., ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୮୭.୨ ମି.ମି., ଆର.ଉଦୟଗିରିରେ ୮୭.୦ ମି.ମି., ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡିରେ ୮୫.୦ ମି.ମି., ବ୍ରହ୍ମପୁରରେ ୬୮.୬ ମି.ମି., ଦିଗପହଣ୍ଡିରେ ୬୪.୦ ମି.ମି., ପୁରୁଷୋତମପୁରରେ ୬୨.୨ ମି.ମି., ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୫୯.୪ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୫୭.୧ ମି.ମି., ଛତ୍ରପୁରରେ ୫୬.୨ ମି.ମି. ଏବଂ ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ