ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ , ମଧ୍ୟରାତ୍ରରେ ଛୁଇଁପାରେ ସ୍ଥଳଭାଗ
ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ବିଭିନ୍ନ ସ୍ଥାନରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ
ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ , ମଧ୍ୟରାତ୍ରରେ ଛୁଇଁପାରେ ସ୍ଥଳଭାଗ


ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ବିଭିନ୍ନ ସ୍ଥାନରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ ବୋଲି ଅନୁମାନ କରାଯାଉଛି। ଆଇଏମ୍‌ଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ନେଇ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଅନେକ ସମୟରେ ବାତ୍ୟାର ଆଖି ଦୃଶ୍ୟମାନ ହୋଇଥାଏ। କିନ୍ତୁ ଏହ ବାତ୍ୟା ‘ମୋନ୍ଥା’ର ଆଖି ଦୃଶ୍ୟମାନ ହେବ ନାହିଁ। କାରଣ ଏହି ବାତ୍ୟା ସେହିଭଳି ବର୍ଗରେ ଆସୁନାହିଁ। ତେଣୁ ଆଖି ଦୃଶ୍ୟ ହେବାର ସମ୍ଭାବନା ନାହିଁ। ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ୫ ଘଣ୍ଟା ଧରି ଚାଲିବ। ସମ୍ଭବତଃ ଆଜି ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande